ଆଜି ମତଦାନ ଦିବସର ସଂଧ୍ୟାରେ ଗୋସାଇଁ ନୂଆଗାଁ ଅଞ୍ଚଳରେ ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ବ୍ରହ୍ମପୁର ବିଧାନସଭା ଆସନର ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର ଦାଶ ଓରଫ ପିଣ୍ଟୁଙ୍କ ମଧ୍ୟରେ ଠେଲାପେଲା ହୋଇଛି। ଏଥିରେ ପ୍ରଦୀପ ଆହତ ହେବା ସହ ଏମ୍କେସିଜି ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାରେ ପିଣ୍ଟୁଙ୍କୁ ପୁଲିସ ଅଟକ ରଖିଛି। କେଉଁ କାରଣରୁ ଉଭୟଙ୍କ ମଧ୍ୟରେ ଏଭଳି ଠେଲାପେଲା ହୋଇଥିଲା ତାହା ସ୍ପଷ୍ଟ ହୋଇନଥିବା ବେଳେ ପିଣ୍ଟୁଙ୍କ ବହୁ ସମର୍ଥକ ଗୋସାଇଁ ନୂଆଗାଁ ଥାନା ଆଗରେ ରୁଣ୍ଡ ହୋଇଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ କୌଣସି ମାମଲା ରୁଜୁ ହୋଇନାହିଁ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୋସାଇଁ ନୂଆଗାଁ ଥାନା ଫାଟକକୁ ବନ୍ଦ କରିଦିଆଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post