ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ ନାହାନ୍ତି। ତେଣୁକରି ଏ କଥାକୁ କାହିଁକି ବଢ଼ାଇଚଢ଼ାଇ କୁହାହେଉଛି ବୁଝା ପଡୁନାହିଁ।ଭବିଷ୍ୟତରେ ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ। ଏହା ସହିତ ସ୍ବାସ୍ଥ୍ୟ ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଁ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟାବସ୍ଥା ପୁରା ଭଲ ଅଛି। ବିରୋଧୀମାନେ କେବଳ ଅପପ୍ରଚାର କରୁଛନ୍ତି। ମୁଁ ୨୭ ବର୍ଷ ହେବ ଦଳର ସଭାପତି, ସୁସ୍ଥ ରହିଲେ ଆଗକୁ ମଧ୍ୟ ଏହି ଦାୟିତ୍ୱ ତୁଲାଇବି ଏବଂ ମୋ ପରେ ବି ଲୋକଙ୍କ ପାଇଁ କାମ କରିବ ବିଜେଡି।ଏହା ବ୍ୟତୀତ ନିର୍ବାଚନରେ ବହୁତ ଭଲ ରେଜଲ୍ଟ କରିବୁ ବୋଲି ନବୀନ କହିଛନ୍ତି। ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ଦଳ ସଂଖ୍ୟାଗରିଷ୍ଠ ହାସଲ କରିବ। ତେବେ ଗତ ୧୦ ବର୍ଷ ଧରି ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର ହେଉଛି । ଭାଜପା କ୍ଷମତାକୁ ଆସିନପାରିବାରୁ ହତାଶ ହୋଇପଡ଼ି ଏପରି ପ୍ରଚାର କରୁଛନ୍ତି।ତେବେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ୱାସ୍ଥ୍ୟବସ୍ଥାକୁ ନେଇ ଉଠାଇଥିବା ପ୍ରଶ୍ନର ମଧ୍ୟ ନବୀନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ”କିଛି ଦିନ ତଳେ ପ୍ରଧାନମନ୍ତ୍ରୀ କହିଥିଲେ ସେ ମୋର ଭଲ ବନ୍ଧୁ, ତେଣୁକରି ମୋର ସ୍ୱାସ୍ଥ୍ୟ ନେଇ ଚିନ୍ତା ଥିଲେ ସେ ମୋତେ କଲ କରି କଥା ହୋଇ ଥାନ୍ତେ, କିନ୍ତୁ ସେ ଏହା ନ କରି ନିର୍ବାଚନୀ ସଭାରେ ନିଜର ଭୋଟ ବ୍ୟାଙ୍କ ପାଇଁ ଏପରି କହୁଛନ୍ତି।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ