ନୂଆ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ରାଜ୍ୟବାସୀଙ୍କୁ ମୋହନ ସରକାର ଆଉ ଏକ ଉପହାର ଭେଟି ଦେଇଛନ୍ତି । ଏହା ୩ ହଜାର ଟଙ୍କାକୁ ବଢିବ ବୋଲି ରାଜ୍ୟ ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଖବର ଅନୁସାରେ, ନିର୍ବାଚନ ପୂୂର୍ବରୁ ରାଜ୍ୟରେ ବିଜେପି ସରକାର ଗଠନ କଲେ ଭତ୍ତା ବଢେଇବାକୁ ପ୍ରତିଶୃତି ଦେଇଥିଲା । ଏବେ ତାହା ପୂରଣ କରିବେ ବୋଲି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ବିଭିନ୍ନ ବର୍ଗର ବାର୍ଦ୍ଧକ୍ୟ, ଦିବ୍ୟାଙ୍ଗ ଏବଂ ବିଧବା ଭତ୍ତାକୁ ନେଇ ଆଲୋଚନା କରିଛନ୍ତି । କେଉଁ ବର୍ଗର ଲୋକମାନଙ୍କୁ କେତେ ଭତ୍ତା ବୃଦ୍ଧି କରାଯିବ ସେନେଇ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।ସେହିପରି କାହାକୁ କେତେ ଟଙ୍କା ଭତ୍ତା ବୃଦ୍ଧି କରାଯିବ ଏ ବାବଦରେ ପରେ ସୂଚନା ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ ସ୍ପଷ୍ଟିକରଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟରେ ଆଗରୁ ବନ୍ଦ ଥିବା ସ୍କୁଲ ଗୁଡିକୁ ପୁଣିଥରେ ଖେଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ଜଣାଇ ଦିଆଯାଇଛି ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post