ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତିରେ ଗତ ୧୬ ମାସର ରାଜ୍ୟରେ ଶାସନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିବା ବେଳେ ବିଜେପି ହତାଶ ହୋଇ ବିଜେଡି ନେତାମାନଙ୍କୁ ଟାର୍ଗେଟ କରିବା ଆରମ୍ଭ କରିଛି ବୋଲି କୁହାଯାଇଛି ।
ଏହି ପ୍ରେସ ବିବୃତିରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ.ଲେନିନ ମହାନ୍ତି କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି ଓ ମହିଳା ନିର୍ଯାତନା ବୃଦ୍ଧି ପାଇଛି । ଓଡିଶା ଦେଶର ଅପରାଧ ତାଲିକାରେ, ୮ମ ସ୍ଥାନରେ ରହିଛି । ରାଜ୍ୟରେ ହତ୍ୟା, ଦୁଷ୍କର୍ମ, ଗଣଦୁଷ୍କର୍ମ, ରାହାଜାନି ଇତ୍ୟାଦି ଘଟଣାମାନ ଅହେତୁକ ବୃଦ୍ଧି ପାଇଛି । ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ଜନସାଧାରଣଙ୍କ ହୃଦବୋଧ ହୋଇଛି । ରାଜ୍ୟର ସରକାରୀ ଅଫିସ ଗୁଡିକରେ ଯଥା, ବ୍ଲକ ଓ ପଞ୍ଚାୟତ ଅଫିସ ଇତ୍ୟାଦିରେ ବିଜେପି କର୍ମୀ ମାନଙ୍କ ଦୌରାତ୍ମ ବୃଦ୍ଧି ପାଇଛି । ରାଜ୍ୟର ଥାନା ଗୁଡିକ ବିଜେପି ନେତା ଓ କର୍ମୀମାନଙ୍କ ଆଡ୍ଡାସ୍ଥଳୀ ପାଲଟିଛି ।
ଡ. ମହାନ୍ତି ଆହୁରି କହିଛନ୍ତି, ରାଜ୍ୟରେ ବିଜେପି କର୍ମୀମାନଙ୍କ ସହାଭାଗିତାରେ ଚୋରା ବାଲି, ଚୋରା ଚିପ୍ସ ଓ ଚୋରା ମଦ କାରବାର ମଧ୍ୟ ଅହେତୁକ ବୃଦ୍ଧି ପାଇଛି । ବିଜେପି ନେତା, କର୍ମୀ ଓ ଅପରାଧୀଙ୍କ ସହିତ ଏକ ଅସାଧୁ ମେଣ୍ଟ ମାଧ୍ୟମରେ ଏହି ସବୁ ଚୋରା କାରବାର ବୃଦ୍ଧି ପାଇଛି । ଏହାଛଡ଼ା, ସରକାରୀ ଚାକିରୀକୁ ବିକ୍ରୟ କରିବା ପାଇଁ ଏକ ପ୍ରକାରର ନିଲାମ ଡକାଯାଉଛି । ଏହି ସବୁ ବିଫଳତାକୁ ଲୁଚାଇବା ପାଇଁ ବିଜେପି ସରକାର ଏବେ ରକ୍ତମୁଖା ହୋଇ ବିରୋଧୀ ଦଳକୁ ଟାର୍ଗେଟ କରିବା ଆରମ୍ଭ କରିଛି । ସେହି ନ୍ୟାୟରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ, ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାରେ ଗିରଫ କରାଯାଇଛି । ଏହି ଘଟଣାରେ, ବିକ୍ରମଙ୍କ ସମ୍ପୃକ୍ତି ନେଇ କୌଣସି ପ୍ରମାଣ ନଥିଲେ ମଧ୍ୟ ତାଙ୍କୁ ଗିରଫ କରାଯାଇଛି । ଦେଶରେ ପ୍ରତିପକ୍ଷ ଦଳର ନେତା ମାନଙ୍କୁ ମିଥ୍ୟା ମାମଲାରେ ଗିରଫ କରିବା, ବିଜେପିର ପୁରୁଣା ଅଭ୍ୟାସ ରହିଛି । ଓଡ଼ିଶାରେ ବିଜେପି ଶାସନକୁ ଆସିବା ପରେ, ଏହି ପ୍ରକ୍ରିୟା ଏଠାରେ ମଧ୍ୟ ଆରମ୍ଭ ହୋଇଛି । ଡ.ମହାନ୍ତି କହିଛନ୍ତି, ବିଜୁ ଜନତା ଦଳ ଏହି ଅନ୍ୟାୟ ବିରୋଧରେ ଲଢେଇ ଜାରି ରଖିବ । ଆଇନଗତ ଲଢେଇ ସହିତ ରାଜରାସ୍ତାରେ ମଧ୍ୟ ବିଜେଡି ଏହି ଲଢେଇ ଜାରି ରଖିବ ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା