ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ଜଣାପଡ଼ିଛି। ୨୫ ତାରିଖ ଗୁରୁବାର ବିଷମକଟକ ଓ ଗୁଣପୁର ନିର୍ବାଚନମଣ୍ଡଳୀରେ ପ୍ରଚାର କରିବା ନେଇ ଯୋଜନା ରହିଛି। ସେହିଭଳି ମେ’ ୪ରେ ମୁଖ୍ୟମନ୍ତ୍ରୀ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଶନିବାର ଏହି ସୂଚନା ମିଳିବା ପରେ ଦଳୀୟ ନେତା କସରତ ଆରମ୍ଭ କରିଛନ୍ତି। ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଉଦ୍ବୋଧନ ଦେବେ। ଶନିବାର ରାତିରେ ବିଷମକଟକ ଓ ଗୁଣପୁରରେ ପ୍ରଚାର ପାଇଁ ସ୍ଥାନ ନିରୂପଣ ହେବ ବୋଲି ବିଜେଡି ଜିଲା ସଭାପତି ଏନ୍. ଭାସ୍କରରାଓ ସୂଚନା ଦେଇଛନ୍ତି। ଏହାପରେ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ହେବାକୁଥିବା ପ୍ରଚାର ପାଇଁ ସ୍ଥାନ ସ୍ଥିର ହେବ ବୋଲି ସେ କହିଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post