ଲଘୁଚାପ ପ୍ରଭାବ: ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି । ଏହାଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଉତ୍ତର ଓଡ଼ିଶାର ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେ଼ଙ୍କାନାଳ, କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ଏହି ସମୟରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବା ଆକଳନ କରିଛି ପାଣିପାଗ କେନ୍ଦ୍ର । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାଗିରିରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା pic.twitter.com/U0wKe8Plig
— Meteorological Centre, Bhubaneswar (@mcbbsr) June 25, 2023
ସୃଷ୍ଟି ହେଲା #ଲଘୁଚାପ
ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | pic.twitter.com/o32IJOHJvP— Meteorological Centre, Bhubaneswar (@mcbbsr) June 25, 2023