ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗକୁ ନେଇ ବିଧାନସଭାରେ ହାଙ୍ଗାମା। ଶୂନ୍ୟକାଳରେ ଉଠିଲା ଏହି ପ୍ରସଙ୍ଗ । ଏନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ସରକାରଙ୍କୁ ଘେରିଥିଲେ। ବାଚସ୍ପତିଙ୍କ ରୁଲିଂ ଦାବି କରି ସେ କହିଥିଲେ ଯେ ରତ୍ନ ଭଣ୍ଡାର ସୁରକ୍ଷିତ ଅଛି କି ନାହିଁ ଏବଂ ବସାଯାଇ ଥିବା କମିଶନଙ୍କ ରିପୋର୍ଟରେ କ’ଣ ? ତାକୁ ଗୃହରେ ଉପସ୍ଥାପନ କରାଯାଉନି । ତେଣୁ ଜସିଷ୍ଟ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ହାଉସରେ ଉପସ୍ଥାପନ କରାଯାଉ ବୋଲି ସେ କହିଥିଲେ। ଏହା ସହିତ ସାଲୁଜା ଆହୁରି କହିଛନ୍ତି, ଗତ ୨୧ ବର୍ଷ ଧରି ରାଜ୍ୟ ସରକାର ୨୪ଟି କମିସନ ବସାଇଛନ୍ତି । ଏ ବାବଦକୁ ରାଜ୍ୟ ରାଜକୋଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି । ମାତ୍ର ଆଜି ପର୍ଯ୍ୟନ୍ତ ୮ଟି କମିଶନଙ୍କ ରିପୋର୍ଟ ଦାଖଲ ହୋଇପାରିନି । କମିଶନଙ୍କ କାର୍ଯ୍ୟକାଳ ଶେଷ ହେଇଯାଉଛି ତଦନ୍ତ ଆଳରେ ଅବଧି ବଢିବାରେ ଲାଗିଛି । ଯାହାକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post