ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଠାରୁ ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିବେଶକ ସମ୍ମେଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି। ଆଇଟି,ଶିଳ୍ପ ପର୍ଯ୍ୟଟନ ଓ କ୍ରୀଡା କ୍ଷେତ୍ର ପାଇଁ ନିବେଶକଙ୍କୁ ସାକ୍ଷାତ କରିବେ। ଏପ୍ରିଲ ୩ ତାରିଖରୁ ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ। ଏହି ଗସ୍ତରେ ଶିଳ୍ପ ମନ୍ତ୍ରୀ, ମୁଖ୍ୟ ସଚିବ, ଶିଳ୍ପ ସଚିବ, ଆଇଟି ସଚିବ, ଆଇପିଆଇସିଓଏଲ ଏମଡି ମଧ୍ୟ ସାମିଲ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ସ୍ୱତନ୍ତ୍ର ସଚିବ ମଧ୍ୟ ସାମିଲ ଅଛନ୍ତି।

ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ଟି ସହରରେ ବାଣିଜ୍ୟିକ ସମ୍ମିଳନୀ, ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ମେକ୍ ଇନ୍ ଓଡ଼ିଶା ସମ୍ମେଳନର ଗତ ଦୁଇଟି ସଂସ୍କରଣ (୨୦୧୮ ଏବଂ ୨୦୨୨)ପାଇଁ ଜାପାନ ଏକ କଣ୍ଟ୍ରି ପାର୍ଟନର ରହିଥିଲା। ବିଦେଶୀ ପୁଞ୍ଜି ପାଇଁ ସେ କେତେକ ପ୍ରମୁଖ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିବା କୁହାଯାଉଛି। ଜାପାନ ସହ ଅନେକ କ୍ଷେତ୍ରରେ ଓଡ଼ିଶାର ବାଣିଜ୍ୟିକ ସମ୍ପର୍କ ଥିବାରୁ ନିବେଶର ଏକ ବାତାବରଣ ସୃଷ୍ଟି ହୋଇପାରେ।