ଭୁବନେଶ୍ୱର: ଜଟଣୀରେ ବିଧାୟକ ପ୍ରାର୍ଥୀ ହେବା ପାଇଁ ସୁରଙ୍କ ପୁଅ ଘୋଷଣା କରିବା ପରେ ରାଜନୀତି ଚର୍ଚା ଜୋର ଧରିଛି । ଗଣମାଧ୍ୟମରେ ମନ୍ମଥ ଯେଉଁ ବୟାନ ଦେଇଥିଲେ ସେନେଇ କଂଗ୍ରେସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ମନ୍ମଥ କହିଥିଲେ ଯେ ବିଗତ ସାଢ଼େ ୪ବର୍ଷ ଧରି ନିର୍ବାଚନମଣ୍ଡଳୀରେ କାମ କରି ଆସୁଛି। ଏହାଭିତରେ ଅନେକ ଅଭିଜ୍ଞତା ମିଳିଛି। ମୁଁ ଟିମ୍ ୱାର୍କରେ ବିଶ୍ବାସ କରେ। ତେବେ ଆସନ୍ତା ନିର୍ବାଚନରେ କଂଗ୍ରେସରୁ ନ ଲଢ଼ିବା ପାଇଁ କଲେଜ ଛାତ୍ରଛାତ୍ରୀ, ମହିଳା ଓ ସମସ୍ତଙ୍କର ମତ ରଖିଛନ୍ତି। ଜନତାଙ୍କ ମତକୁ ସମ୍ମାନ ଦେଇ ସେ କଂଗ୍ରେସ ଦଳରୁ ନିର୍ବାଚନ ଲଢ଼ିବେ ନାହିଁ ବୋଲି କହିଥିଲେ । ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ମନ୍ମଥଙ୍କୁ ନିଲମ୍ବନ କରିଛି | ଶୃଙ୍ଖଳା କମିଟି ପକ୍ଷରୁ କୁହାଯାଇଛି ଯେ ମନ୍ମଥ ଦଳର ସଦସ୍ୟ ଥାଇ ବି ନଥିବା ଭଳି ମନ୍ତବ୍ୟ ଦେଇଥିଲେ, ତାଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯିବା ସତ୍ତ୍ୱେ ସେ ଏହାର ଉତ୍ତର ନ ଦେଇଥିବାରୁ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି |ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପରିବାରରେ ରାଜନୀତିକୁ ନେଇ କିଛି ଦିନ ହେଲା ମହାଭାରତ ସୃଷ୍ଟି ହୋଇଛି। ସାନ ପୁଅ ମନ୍ମଥ ରାଉତରାୟ କଂଗ୍ରେସରୁ ନିର୍ବାଚନ ଲଢିବେ ନାହିଁ ବୋଲି ମନ୍ତବ୍ୟ ଦେବା ପରେ ଆରମ୍ଭ ହୋଇଛି କଳି। ପୁଅର ଏପରି ବୟାନ ପରେ ରାଗିଯାଇଛନ୍ତି ସୁର ରାଉତରାୟ। ଆଉ ସିଧାସିଧା କହିଛନ୍ତି ମୁଁ ଯାହା କହିବି, ପୁଅ ସେଇଆ କରିବ । ୨୦୨୪ରେ ଜଟଣୀରୁ କଂଗ୍ରେସ ଟିକେଟ୍ ପାଇ ଲଢିବ ପୁଅ ମନ୍ମଥ । ମନ୍ମଥ କହିଛନ୍ତି, କଂଗ୍ରେସରେ ମୁଁ ସଦସ୍ୟ ନଥିଲି, ନିଲମ୍ବନ କଣ ହେବି? ମୁଁ ଚାକିରିରେ ଥିଲି, ତେଣୁ କଂଗ୍ରେସର ସଦସ୍ୟ ଆଦୌ ନଥିଲି । ଯଦି ବି କେହି ମୋ ନାଁ ପିସିସି ସଦସ୍ୟ ତାଲିକାରେ ଯୋଡିଥାନ୍ତି ତେବେ କମିଟି କିଭଳି ଏହାକୁ ଗ୍ରହଣ କଲା । କାରଣ ମୁଁ କଂଗ୍ରେସରେ ସାମିଲ ହେବା ନେଇ କୌଣସି ଅନୁମତି ଦେଇନାହିଁ । ପ୍ରଥମତଃ ମୁଁ କଂଗ୍ରେସ ଦଳରେ ନାହିଁ ତେଣୁ ମୋତେ କାରଣ ଦର୍ଶାଅ ନୋଟିସ ଜାରି କରି ଦଳର ଶୃଙ୍ଖଳା କମିଟି ଭୁଲ କରିଥିଲା । ଦ୍ୱିତୀୟତଃ ଦଳରେ ନଥାଇ ସୁଦ୍ଧା ମୋତେ ନିଲମ୍ବନ କରାଯାଉଛି ଏହା ଶୃଙ୍ଖଳା କମିଟିର ଦ୍ୱିତୀୟ ଭୁଲ ।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ