ଭୁବନେଶ୍ବର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଦଳକୁ ବିରୋଧ କରିବା ଠିକ୍ ନୁହେଁ । ଯଦି ଗଣମାଧ୍ୟମରେ ଦଳକୁ ବିରୋଧ କରିବାର ଅଛି ତେବେ ଦଳ ଛାଡିଦେବା ଉଚିତ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ ଏବଂ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଯାହାକୁ ବ୍ଲାକମେଲ ବୋଲି କୁହାଯାଏ । ସେ ଉଦ୍ଦେଶ୍ୟମୂଳକଭାବେ ଦଳ ବିରୋଧରେ ଲେଖୁଛନ୍ତି । ଯଦି କିଛି କହିବାର ଅଛି ତାହେଲେ ଦଳୀୟ ପ୍ଲାଟଫର୍ମରେ କୁହନ୍ତୁ । ଯଦି ଦଳ କଥା ମାନୁନାହାନ୍ତି ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ ବୋଲି ସିଧାସଳଖ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ପ୍ରତାପ ଦେବ । ସେପଟେ ଖଣ୍ଡପଡ଼ା ବିଧାୟକ ଏହାର ଜବାବ ଦେଇଛନ୍ତି । ସେ କହିଛନ୍ତି ସେ ଯାହା ଲେଖିଛନ୍ତି ଠିକ୍ ଲେଖିଛନ୍ତି । ସେ ଯାହା ପରାମର୍ଶ ଦେଇଛନ୍ତି ସେଥିରେ କିଛି ଭୁଲ ନାହିଁ । ନେତା ଥାଉ ଥାଉ ସଚିବ ସାରା ରାଜ୍ୟରେ ବୁଲୁଛନ୍ତି । ଏହା କଣ ଠିକ୍ କି? । ଏତେ ନେତା ଅଛନ୍ତି ମୁଖ୍ୟମନ୍ତ୍ରୀ ଅଛନ୍ତି ବିଜେଡି ଦଳକୁ ବହୁଲୋକ ସମର୍ଥନ କରୁଛନ୍ତି । ତେଣୁ ଯାହା ଚାଲିଛି ତାହା ଉପରେ ତର୍ଜମା ହେବା ଉଚିତ । ଦଳର କଲ୍ୟାଣ ପାଇଁ ମୁଁ ଯାହା ଲେଖୁଛି ତାହା ଭୁଲ ନୁହେଁ । ମୁଁ ଦଳ ବିରୋଧରେ ଯାଇନାହିଁ ବୋଲି କହିଛନ୍ତି ସୈାମ୍ୟରଂଜନ ପଟ୍ଟନାୟକ ।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ