ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ବାଜି ମାରିଛି ବିଜେଡି।

ଢେଙ୍କାନାଳ :  ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ବାଜି ମାରିଛି ବିଜେଡି। ଅତାବିରା ଏନ୍‌ଏସିରେ ଅଧ୍ୟକ୍ଷ ପଦ ସହ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛି। ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ ବନମାଳି ବରିହା ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ସବିତା ଭୁଏଙ୍କ ଠାରୁ ୪ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।

ସେହିପରି ହିନ୍ଦୋଳରେ ୧୬ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ଅଧ୍ୟକ୍ଷ ପଦ ବି ହାତେଇଛି ଶଙ୍ଖ ଦଳ । ବିଜେପି ପ୍ରାର୍ଥୀଙ୍କୁ ହରାଇ ବିଜେଡିର କେଶବ ପ୍ରଧାନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ମୋଟ ୧୬ଟି ୱାର୍ଡରୁ ୫ଟି ୱାର୍ଡରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।