ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଆଜି ଜମିପଟ୍ଟା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା: ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିବେ ଜମିପଟ୍ଟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଓ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା ।