ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳିନ ଅଧିବେସନ । ଏହି ଅଧିବେସନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା କାଲି ପ୍ରଥମ ଦିବସରେ ପ୍ରଥମ ଥର ପାଇଁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌାପଦୀ ମୁର୍ମୁ ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିବେ । ଏହା ନିଶ୍ଚିତ ଭାବେ ଆମ ସମସ୍ତଙ୍କ ପାଇଁ ଐତିହାସିକ ମୁହୁର୍ତ । ମହାମହିମ ରାଷ୍ଟ୍ରପତି ମହୋଦୟା ଏହି ବିଧାନସଭାରେ ସଦସ୍ୟା ଓ ମନ୍ତ୍ରୀ ମଧ୍ୟ ଥିଲେ । ଏହି ଅବସରରେ ରାଷ୍ଟ୍ରପତି ମହୋଦୟା ତାଙ୍କ ସମୟରେ ଥିବା ପୂର୍ବତନ ବିଧାୟକ ଓ ବର୍ତମାନର ବିଧାୟକମାନଙ୍କ ସହ ସେ ଆଲୋଚନା କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ସୁଚନା ଦେଇଛନ୍ତି ।
ଆଜି ସଂଧ୍ୟାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଏହି ବୈଠକରେ ଯୋଗ ଦେଇ ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ ସୁଚନା ଦେଇଛନ୍ତି ।
ଆସନ୍ତା ୨୮ ତାରିଖ ଦିନ ପ୍ରଥମ ସପ୍ଲିମେଂଟାରୀ ବଜେଟ ଉପସ୍ଥାପନ ହେବ । ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରଶ୍ନର ଜବାବ୍ ଦେବାକୁ ଆମେ ପ୍ରସ୍ତୁତ । ଏଥି ସହ ୧୬ ମାସର ବିଜେପି ସରକାରର ସମସ୍ତ ଉପଲବ୍ôଧକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ କହିଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ