୪୦ ଡିଗ୍ରି ଟପି ପାରେ ତାପମାତ୍ରା

ଭୁବନେଶ୍ବର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରା ୪୦ ଡିଗ୍ରିରୁ ଅଧିକ ହେବା ସହିତ ଅଳ୍ପ କେତେକ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ୩ ରୁ ୫ ଡିଗ୍ରି ଅଧିକ ରହିପାରେ।  ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା ମଧ୍ୟରେ ବାହାରକୁ ଯିବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏପ୍ରିଲ୍‌ ୧୪ ଓ ୧୫ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନଗୁଳ ଏବଂ ବାଲେଶ୍ବରର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏପ୍ରିଲ୍‌ ୧୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।