୫ ଦିନିଆ ରିମାଣ୍ଡରେ ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ

ଭୁବନେଶ୍ୱର:  ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ। ରିମାଣ୍ଡ ସମୟରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସମ୍ପର୍କରେ ଅଧିକ ଖୋଳତାଡ଼ କରିବ ଭିଜିଲାନ୍ସ। କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।