ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ମୃତ୍ୟୁ ସଂଖ୍ୟା ୧୨

ଦିଗପହଣ୍ଡି: ଦିଗପହଣ୍ଡିରେ ଦୁଇଟି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ଆହତ  ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।  ଗୁଡାରିଠାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସଟି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକଠାରେ ବିବାହ ଭୋଜି ସାରି ଫେରୁଥିବା ଏକ ଘରୋଇ ବସ୍‌କୁ ଧକ୍କା ଦେବାରୁ ଏହି ଅଘଟଣ ଘଟିଛି ବୋଲି ଖବର ମିଳିଛି । ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି।