କାଉଡିଆ ପାଣି ଉଠାଇବା ପାଇଁ ଯାଉଥିବା ବେଳେ ଦୁର୍ଘଟଣା । ବ୍ରହ୍ମପୁର ନିକଟସ୍ଥ ଜଗଦଲପୁର ଅଞ୍ଚଳରୁ ଗଞ୍ଜାମ ଋଷିକୁଲ୍ୟା ନଦୀକୁ ଏକ ଟାଟାଏସିଇ ଯୋଗେ ଯାଉଥିବା ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗାଡ଼ି ଓଲଟି ପଡ଼ିବାରୁ ପ୍ରାୟ ୧୫ ଜଣ କାଉଡିଆ ଆହତ ହୋଇଛନ୍ତି ।ଶ୍ରାବଣ ସୋମବାର ପାଳନ ପାଇଁ ଜଗଦଲପୁର ଅଞ୍ଚଳର ଶିବଭକ୍ତଙ୍କ ଦଳ ନଦୀରୁ ଜଳ ଉଠାଇବା ଲକ୍ଷ୍ୟରେ ଗୋଟିଏ ଗାଡ଼ିରେ ବାହାରିଥିଲେ । ଚମାଖଣ୍ଡି ଥାନା ଅଧିନ କାଳିଆବାଲି ଜାତୀୟ ରାଜପଥ ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ଫଳରେ ଗାଡ଼ିରେ ଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଛନ୍ତି ।ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଲୋକେ ଓ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଛତ୍ରପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ପଠାଯାଇଛି । ଋଷିକୁଲ୍ୟା ନଦୀରୁ ପାଣି ଉଠାଇ ଗଞ୍ଜାମ ବ୍ଲକ ଅଳେଶ୍ଵର ମନ୍ଦିରରେ ପାଣି ଢାଳିଥାନ୍ତେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ