ନବୀନଙ୍କ ନାଁରେ ନୂଆ ରେକର୍ଡ । ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଜ୍ୟୋତି ବସୁଙ୍କୁ ପଛରେ ପକାଇଲେ ନବୀନ । ନବୀନଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହେଲା ନୂଆ ରେକର୍ଡ । ୨୦୦୦ ମସିହା ମାର୍ଚ୍ଚ ୫ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ । ୨୫ବର୍ଷ ଜନସେବାରେ ଏଯାଏଁ ମୁଖ୍ୟମନ୍ତ୍ରୀ ପଦବୀରେ ରହିଆସିଛନ୍ତି ନବୀନ ।ନବୀନ ୧୯୯୭ ମସିହାରେ ରାଜନୀତିରେ ପ୍ରବେଶ କରିଥିଲେ ଏବଂ ୧୯୯୮ରେ ବାପା ବିଜୁ ପଟ୍ଟନାୟକଙ୍କ ନାମରେ ଆଞ୍ଚଳିକ ଦଳ ଗଠନ କରିଥିଲେ । ପ୍ରଥମ ଥର ୨୦୦୦ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ ।
ଭାରତରେ ସର୍ବାଧିକ ଲମ୍ବା ସମୟ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିବା ତାଲିକାରେ ସିକ୍କିମ୍ର ପୱନ କୁମାର ଚାମଲିଙ୍ଗ ଆଗରେ ରହିଛନ୍ତି । ୨୩ ବର୍ଷରେ ରାଜନୀତିରେ ପାଦ ଦେଇଥିବା ଚାମଲିଙ୍ଗ ୧୯୯୪ ମସିହା ୧୨ ଡିସେମ୍ବରରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ । ଏହାପରେ ୨୦୧୪ରେ ସେ ଲଗାତାର ପଞ୍ଚମ ଥର ପାଇଁ ସିକ୍କିମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଏବଂ ୨୯ ଏପ୍ରିଲ ୨୦୧୯ରେ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଥିଲେ । ଚାମଲିଙ୍ଗ ମୋଟ୍ ୨୪ ବର୍ଷ ୧୬୬ ଦିନ ସିକ୍କିମର ମୁଖ୍ୟମନ୍ତ୍ରୀ ରହିଥିଲେ । ଜ୍ୟୋତି ବସୁ ସିପିଏମ୍ର ୩୪ ବର୍ଷ ଶାସନରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ଦାୟିତ୍ୱରେ ରହିଥିଲେ ।

ସେ ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ଭାବେ ରେକର୍ଡ କରିଛନ୍ତି । ଭାରତ ବର୍ଷରେ ଦ୍ବିତୀୟ ସର୍ବାଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବା ନେଇ ନବୀନଙ୍କ ନାଁରେ ଯୋଡ଼ିହୋଇଛି ନୂଆ ରେକର୍ଡ । ୧୯୯୭ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ। ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି । ଦେଶରେ ଲମ୍ବା ସମୟ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ । ନବୀନ ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।