ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା
ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା । ୧୦୦୦ ବସ୍ ନିୟୋଜିତ ହେବେ । ହେଲେ ବଢ଼ିବ ନାହିଁ ବସ୍ ଭଡ଼ା। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସ୍ପଷ୍ଟ କରିଛି । ଏଥିସହିତ ପୁରୀକୁ ଯାତ୍ରା କରୁଥିବା ସମୟରେ ଯାତ୍ରୀଙ୍କୁ ବସରେ ପାନୀୟ ଜଳ ଯୋଗାଇ ଦିଆଯିବ । ବସରେ ଫାଷ୍ଟଏଡ୍ କିଟର ବ୍ୟବସ୍ଥା ରଖିବାକୁ ରାଜ୍ୟ ପରିବହନ ଆୟୁକ୍ତ ଆଜି ଏକ ସ୍ବତନ୍ତ୍ର ବୈଠକରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସହ ଆଲୋଚନା କରିଛି । ବସରେ କ୍ଷମତାଠାରୁ ଅଧିକ ଯାତ୍ରୀ ନନେବାକୁ ତାଗିଦ କରାଯାଇଛି । ଏହା ଉପରେ ନଜର ରଖିବା ପାଇଁ ରାଜ୍ୟ ପରିବହନ ଆୟୋଗ ୩୦ ଟି ସ୍କ୍ୱାଡ ଗଠନ କରିଛି ।