ଆଜି ପବିତ୍ର ମାଘ ସପ୍ତମୀ

ପବିତ୍ର ମାଘ ସପ୍ତମୀ ପାଇଁ ଚଳଚଞ୍ଚଳ ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ମାଘ ସପ୍ତମୀରେ ଆଜି ସକାଳୁ ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁ ଗତକାଲିଠୁ ଭିଡ ଜମାଇଛନ୍ତି । ଭୋର ୪ଟା ୪୧ ମିନିଟରୁ ଶ୍ରଦ୍ଧାଳୁମାନେ ତୀର୍ଥ ପୁଷ୍କରିଣୀରେ ବୁଡ ପକା ଆରମ୍ଭ ହୋଇଛି । ଶ୍ରଦ୍ଧାଳୁମାନେ ଯେମିତି ଶାନ୍ତି ଶୃଙ୍ଖଳାର ସହ ବୁଡ ପକାଇ ଫେରିବେ ସେଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଲକ୍ଷାଧିକ ଲୋକ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ତୀର୍ଥ ପୁଷ୍କରିଣୀ ଖନନ କରାଯାଇଛି । ଶ୍ରଦ୍ଧାଳୁଙ୍କ ପାଇଁ ଶୌଚାଳୟ ନିର୍ମାଣ , ପାର୍କିଂ ବ୍ୟବସ୍ଥା କରାଯାଇଛି । ଆଇନଶୃଙ୍ଖଳା ଓ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପୋଲିସ ନିୟୋଜିତ କରାଯାଇଛି ।