ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ ପାଣ୍ଡିଆନ ହୁମା ଆସିଥିବାରୁ ମନ୍ଦିର କମିଟି, ପୂଜକ ଭକ୍ତ ଓ ସ୍ଥାନୀୟ ବାସିନ୍ଦା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମନ୍ଦିରରେ ପହଞ୍ଚିବା ପରେ ମନ୍ଦିର କମିଟି, ପୂଜକ ଓ ସ୍ଥାନୀୟ ବାସିନ୍ଦା ଓ ମହିଳାମାନେ ସ୍ବାଗତ କରିଥିଲେ । ପରେ ମନ୍ଦିରରେ ଠାକୁରଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ 5T ସଚିବ । ମନ୍ଦିର ପରିଭ୍ରମଣ କରି ସ୍ଥିତି ଅନୁଧ୍ୟାନ କରିବା ସହ ମନ୍ଦିର କମିଟି କର୍ମକର୍ତ୍ତା, ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଥିଲେ ।
Trending
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
Prev Post
Next Post