ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି

କଟକ : ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ନାମରେ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି ହୋଇଥିଲା ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ହୋଇଥିଲେ ମଧ୍ୟ ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ହାଇକୋର୍ଟରୁ ପତ୍ନୀ ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି। ଗିରଫ ପାଇଁ ତଳକୋର୍ଟରେ ଜାରି ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ରୋକ୍‌ ଲଗାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆସନ୍ତା ଜୁଲାଇ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣ ହେବ।  ପାରଳାଖେମୁଣ୍ଡି ଏସଡିଜେଏମଙ୍କ ରାୟକୁ ଚ୍ୟାଲେଞ୍ଜ କରି ବିଦ୍ୟାଭରତୀ ହାଇକୋର୍ଟ ଯାଇଥିଲେ।  ପୂର୍ଵରୁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମଧ୍ୟ ଆଶ୍ୱସ୍ତି  ମିଳିଥିଲା। ବିଦ୍ୟାଭରତୀ, ସଂଗ୍ରାମ କେଶରୀ ବେହେରା ଓ ପତ୍ନୀ ମନ୍ମଥ କୁମ୍ଭଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ ପାରଳାଖେମୁଣ୍ଡି ଏସଡିଜେମ କୋର୍ଟ। ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି ପରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ପତ୍ତା ପାଉନଥିଲା ପୁଲିସ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଆଇଆଇସି ବିକ୍ରମ କେଶରୀ ଜେନାଙ୍କ କହିବା ଅନୁଯାୟୀ, ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ଙ୍କ ସମନ୍‌ ପରେ ପୁଲିସ ଟିମ୍‌ ୨ ଦିନ ପୂର୍ବେ ବିଦ୍ୟାଭାରତୀଙ୍କ କପ୍ତିପଦାସ୍ଥିତ ପୈତୃକ ବାସଭବନରେ ଚଢ଼ଉ କରିଥିଲା। ହେଲେ ତାଙ୍କର ପତ୍ତା ମିଳିନଥିଲା।