ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ରାଜ୍ୟର ଚାଷୀଙ୍କୁ ସିଏମ୍ କିଷାନ ସହାୟତା ରାଶି ବି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ  ମୁଖ୍ୟମନ୍ତ୍ରୀ ‘କୃଷି ରଥ’ ଏବଂ ‘ସିଡ୍ସ ଅନ ହ୍ବିଲ୍ସ’ ର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ପବିତ୍ର ଅକ୍ଷୟ ତୃତୀୟାର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସମସ୍ତ ଭାଇ ଓ ଭଉଣୀ, ବିଶେଷ କରି କଠିନ ପରିଶ୍ରମୀ ଅନ୍ନଦାତାମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆଜିର ଏହି ଶୁଭ ଦିନରେ ମହାପ୍ରଭୁଙ୍କ ରଥ ନିର୍ମାଣର ଶୁଭାରମ୍ଭ ଓ ଚାଷୀ ଭାଇଙ୍କ ଅକ୍ଷିମୁଠି ଅନୁକୂଳ ଆମ ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ। ଓଡ଼ିଶାର କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମ ସରକାର ସଦାସର୍ବଦା ସଂକଳ୍ପବଦ୍ଧ ଏବଂ ଏହି ପବିତ୍ର ତିଥିରେ ପ୍ରତିଟି ଓଡ଼ିଆଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।

Leave a comment