ଭୁବନେଶ୍ବରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଡିଜିପି ସମ୍ମିଳନୀ ଉଦଘାଟନ କଲେ
ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଜରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ, ସାଂସଦ ବୈଜୟନ୍ତ ପଣ୍ଡା ଓ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ବାବୁ ସିଂ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ କେତେକ ବରିଷ୍ଠ ବିଜେପି ନେତା ବିମାନବନ୍ଦରରେ ସ୍ବାଗତ କରିଛନ୍ତି। ସେ ଏଠାରୁ ସିଧାସଳଖ ଡିଜି-ଆଇଜି ସମ୍ମିଳନୀରେ ଯୋଗ ଦେବାକୁ ଲୋକସେବା ଭବନକୁ ଯାଇଥିଲେ।ରାତି ୮ଟା ପର୍ଯ୍ୟନ୍ତ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ। ବୈଠକ ସରିବା ପରେ ଶ୍ରୀ ଶାହ ଆଇପିଏସ୍ ମେସକୁ ଯାଇ ରାତ୍ରିଯାପନ କରିବେ ବୋଲି ସୂଚନା ମିଳିଛି।