ଆଜି ଅପରାହ୍ଣରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ ବୈଠକ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ କ୍ୟାବିନେଟ୍ ବୈଠକ । ଆଜିର ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । କ୍ୟାବିନେଟ୍ ପରେ ମନ୍ତ୍ରୀ ପରିଷଦ ବୈଠକ ମଧ୍ୟ ବସିବାର କାର୍ଯ୍ୟକ୍ରମ ରହିଛି । ମନ୍ତ୍ରୀ ପରିଷଦ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍କୁ ଅନୁମୋଦନ ମିଳିପାରେ । ଆସନ୍ତା ୧୩ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ । ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।