ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରଭାବିତ ହେବ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା । ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଲଘୁଚାପରେ ପରିଣତ ନହେଲେ ବି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଶରତ ସାହୁ । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି ।