ଅରୁଣ ଷଡ଼ଙ୍ଗୀ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ଅଧ୍ୟକ୍ଷ

ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ପୁଲିସ ବିଭାଗର ଅନ୍ୟତମ ଦକ୍ଷ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ଏବେ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି। ଏହା ପୂର୍ବରୁ ସେ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ।