୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରିଛନ୍ତି ବାଚସ୍ପତି ସୁରମ ପାଢୀ

ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ ୨୯ ଓ ୩୦ ତାରିଖରେ ବନ୍ଦ ରଖାଯିବ ବୋଲି ବାଚସ୍ପତି ଘୋଷଣା କରିଛନ୍ତି। ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ଟି ବିଲ୍‌ ଆଗତ କରିଥିଲେ। ସାର୍ବଜନୀନ ପରୀକ୍ଷା ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା, ନିରପେକ୍ଷତା ଓ ବିଶ୍ୱସନୀୟତା ଆଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।