ଭୁବନେଶ୍ୱର: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେଡି ଉପରେ ବର୍ଷିଛନ୍ତି । ତେବେ ଇସ୍ତଫା ଦେବା ପରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି । କିନ୍ତୁ ଭେଟିବାକୁ ଦିଆଗଲାନି । ଜଣେ କର୍ମଚାରୀଙ୍କ ମାଧ୍ୟମରେ ଭେଟିବାକୁ କୁହାଗଲା । ଉଦ୍ୟମ କରି ବି ଭେଟିପାରିଲି ନାହିଁ । ତେଣୁ ଇସ୍ତଫା ଦେଲି । ଏହା ସହ ସେ କହିଛନ୍ତି ଦଳରେ କୋଟରୀ ରାଜ ଚାଲିଛି । ତେଣୁ ଦଳରୁ ଇସ୍ଥଫା ଦେଲି । ତାଙ୍କ ବକ୍ତବ୍ୟକୁ ନେଇ ରାଜନୀତି ଜୋରଧରିଛି । ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ବିଜେଡି ସଭାପତିଙ୍କୁ ପଠାଇଥିବା ଇସ୍ତଫା ପତ୍ରରେ ବଳଭଦ୍ର ମାଝୀ ଲେଖିଛନ୍ତି, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା