କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି । ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତବିନିମୟ କରିଛନ୍ତି । ସେ ସଂକଳ୍ପ ଯାତ୍ରା ରହଣୀ ସ୍ଥଳରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଛନ୍ତି ।ରାଧିକାଦେଇପୁର ଠାରେ ଆୟୋଜିତ ସଭାକୁ ସମ୍ବୋଧିତ କରି ଶ୍ରୀ ମୁଣ୍ଡା କହିଛନ୍ତି, ଗାଁ ସଶକ୍ତ ହେଲେ, କ୍ଷେତ୍ରର ବିକାଶ ହୋଇପାରିବ, ତା’ହେଲେ ଯାଇ ଦେଶ ବିକଶିତ ହୋଇପାରିବ । ଏହି ଉଦ୍ଦେଶ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି । କେନ୍ଦ୍ର ସରକାରଙ୍କ ଦ୍ୱାରା ଅନେକଗୁଡ଼ିଏ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏସବୁ ଯୋଜନା ଦ୍ୱାରା ସାଧାରଣ ଲୋକମାନେ ସଶକ୍ତ ଓ ସମୃଦ୍ଧ ହେଉଛନ୍ତି । ଏସବୁ ଯୋଜନା ବିଷୟରେ ସୂଚନା ଦେବା ଏବଂ ତୃଣମୂଳ ସ୍ତରରେ ଯୋଜନାର ଶତପ୍ରତିଶତ ପ୍ରସାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମମାଟିରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ କୋଟି କୋଟି ଲୋକ ସାମିଲ ହୋଇପାରିଥିବା ଶ୍ରୀ ମୁଣ୍ଡା କହିଥିଲେ । ସେ ଉପସ୍ଥିତ ହିତାଧିକାରୀଙ୍କୁ କେନ୍ଦ୍ରୀୟ ଯୋଜନାର ଲାଭ ନେବାକୁ ଆହ୍ୱାନ ଦେଇଥିଲେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post