କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି । ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତବିନିମୟ କରିଛନ୍ତି । ସେ ସଂକଳ୍ପ ଯାତ୍ରା ରହଣୀ ସ୍ଥଳରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଛନ୍ତି ।ରାଧିକାଦେଇପୁର ଠାରେ ଆୟୋଜିତ ସଭାକୁ ସମ୍ବୋଧିତ କରି ଶ୍ରୀ ମୁଣ୍ଡା କହିଛନ୍ତି, ଗାଁ ସଶକ୍ତ ହେଲେ, କ୍ଷେତ୍ରର ବିକାଶ ହୋଇପାରିବ, ତା’ହେଲେ ଯାଇ ଦେଶ ବିକଶିତ ହୋଇପାରିବ । ଏହି ଉଦ୍ଦେଶ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି । କେନ୍ଦ୍ର ସରକାରଙ୍କ ଦ୍ୱାରା ଅନେକଗୁଡ଼ିଏ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏସବୁ ଯୋଜନା ଦ୍ୱାରା ସାଧାରଣ ଲୋକମାନେ ସଶକ୍ତ ଓ ସମୃଦ୍ଧ ହେଉଛନ୍ତି । ଏସବୁ ଯୋଜନା ବିଷୟରେ ସୂଚନା ଦେବା ଏବଂ ତୃଣମୂଳ ସ୍ତରରେ ଯୋଜନାର ଶତପ୍ରତିଶତ ପ୍ରସାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମମାଟିରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ କୋଟି କୋଟି ଲୋକ ସାମିଲ ହୋଇପାରିଥିବା ଶ୍ରୀ ମୁଣ୍ଡା କହିଥିଲେ । ସେ ଉପସ୍ଥିତ ହିତାଧିକାରୀଙ୍କୁ କେନ୍ଦ୍ରୀୟ ଯୋଜନାର ଲାଭ ନେବାକୁ ଆହ୍ୱାନ ଦେଇଥିଲେ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Next Post