ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ  ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି। ଏହି ସମୟରେ କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି।  ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି।