ବିଜୟ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ

 କଂଗ୍ରେସରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ।ସେହିପରି ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି। କମିଟିରେ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖଙ୍କୁ ସ୍ଥାନିତ କରାଯାଇଛି । ସେହିପରି ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ବିଜୟ ପଟ୍ଟନାୟକ (ବି) ଚିରଞ୍ଜୀବ ବିଶ୍ବାଳ , ପଞ୍ଚାନନ କାନୁନଗୋ, ସାଂସଦ ସପ୍ତଗିରି ଉଲାକା , ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ ସାମିଲ ହୋଇଛନ୍ତି।