ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ । ପ୍ରଣବ ପ୍ରକାଶ ଦାସଙ୍କୁ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ସେହିଭଳି ଉପଦେଷ୍ଟା ଭାବେ ଦେବାଶିଷ ସାମନ୍ତରାୟ ଏବଂ ପ୍ରଭାସ କୁମାର ସିଂଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ପ୍ରଫୁଲ କୁମାର ମଲ୍ଲିକ ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ସେକ୍ରେଟାରୀ ଜେନେରାଲ ଭାବେ ସୁବାସ ସିଂଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି । କେନ୍ଦ୍ରୀୟ ସଂଯୋଜକ ଭାବେ ୧୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ପ୍ରୀତି ରଞ୍ଜନ ଘଡାଇ, ପ୍ରଣବ କୁମାର ବଳବନ୍ତରାୟ, ନିରଞ୍ଜନ ବିଶି, ବିକ୍ରମ କୁମାର ପଣ୍ଡା, ଯୁଗଳ କିଶୋର ନାୟକ, ନବ କିଶୋର ମହାନ୍ତ, ପଞ୍ଚାନନ ସେନାପତି, ବୈଦ୍ୟନାଥ ଦାସ, ରଜୀବ ମହାନ୍ତି, ଜଗଦୀଶ ବିଶ୍ବାଳଙ୍କୁ କେନ୍ଦ୍ରୀୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Next Post