ଭୁବନେଶ୍ବର: ପାଖେଇ ଆସୁଛି ନିର୍ବାଚନ । ବିଜେଡି ପୁଣି ସରକାର ଗଠନ କରିବା ପାଇଁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ କରିଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର। ତିନିଦିନ ଧରି ଦଳର ଏହି ପ୍ରଶିକ୍ଷଣ ଶିବିର ଚାଲିବ । ଏହି ଶିବିରରେ ପର୍ଯ୍ୟାୟ କ୍ରମରେ ସକ୍ରିୟ କର୍ମୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ଏହି ଶିବିରରେ ଯୁବ ପିଢିଙ୍କ ସଂଖ୍ୟା ଅଧିକରୁ ଅଧିକ ଦେଖିବାକୁ ମିଳିଛି। ବ୍ରହ୍ମପୁର ଟାଉନ ହଲରେ ଏହି ଶିବିର ଆୟୋଜିତ ହୋଇଥିବା ବେଳେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ମାନସ ରଞ୍ଜନ ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ଓ ସମସ୍ତ କର୍ପୋରେଟର ମାନେ ଉପସ୍ଥିତ ଥିଲେ।
Trending
- ନିର୍ବାଚନ ଜିତିଲେ ମୁଁ ମୁଖ୍ୟମନ୍ତ୍ରୀ ହେବି – କେ. ପଲାନିସ୍ୱାମୀ
- ଟୁଇନ ସିଟିରେ କଂଗ୍ରେସ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ – ପୋଲିସ କମିଶନର
- ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର
- ସ୍କୁଲକୁ ବୋମା ଧମକ
- ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ , ପୁଲିସ କର୍ମୀ ଧସ୍ତାଧସ୍ତି
- ବିଜେଡ଼ି ପକ୍ଷରୁ ବାଲେଶ୍ବର ବନ୍ଦ ଡ଼ାକରା ,ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ
- ଏହା ଆତ୍ମହତ୍ୟା ନୁହେଁ , ଏହା ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା – ରାହୁଲ ଗାନ୍ଧୀ
- ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା
- ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର