ଭୁବନେଶ୍ବର: ପାଖେଇ ଆସୁଛି ନିର୍ବାଚନ । ବିଜେଡି ପୁଣି ସରକାର ଗଠନ କରିବା ପାଇଁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ କରିଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର। ତିନିଦିନ ଧରି ଦଳର ଏହି ପ୍ରଶିକ୍ଷଣ ଶିବିର ଚାଲିବ । ଏହି ଶିବିରରେ ପର୍ଯ୍ୟାୟ କ୍ରମରେ ସକ୍ରିୟ କର୍ମୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ଏହି ଶିବିରରେ ଯୁବ ପିଢିଙ୍କ ସଂଖ୍ୟା ଅଧିକରୁ ଅଧିକ ଦେଖିବାକୁ ମିଳିଛି। ବ୍ରହ୍ମପୁର ଟାଉନ ହଲରେ ଏହି ଶିବିର ଆୟୋଜିତ ହୋଇଥିବା ବେଳେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ମାନସ ରଞ୍ଜନ ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ଓ ସମସ୍ତ କର୍ପୋରେଟର ମାନେ ଉପସ୍ଥିତ ଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ