ଜୟନାରାୟଣଙ୍କ ମାନସିକ ସ୍ଥିତି ଠିକ ନାହିଁ

ଭୁବନେଶ୍ବର: ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି  ଜୟନାରାୟଣ ମିଶ୍ରଙ୍କ ମାନସିକ ସ୍ଥିତି ଠିକ୍ ନାହିଁ । କୋଲକାତାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ସକ୍‌ ଟ୍ରିଟମେଣ୍ଟକୁ ଡରି ଲୁଚିକି ପଳାଇ ଆସିଛନ୍ତି । ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳି ଚାଉଳି ହେଉଛନ୍ତି । ଏହାସହ ତାଙ୍କୁ ତୁରନ୍ତ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପରାମର୍ଶ ଦେଇଛନ୍ତି । ଲେନିନ କହିଛନ୍ତି, ‘କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିଥିବା ବେଳେ ଜୟନାରାୟଣ ମିଶ୍ର କୋଲକାତାର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ତେଣୁ ସେତେବେଳେ କ’ଣ ଘଟିଥିଲା ତାହା ଜାଣିବା ତାଙ୍କ ପକ୍ଷେ ସମ୍ଭବ ପର ନଥିଲା । ସେଥିପାଇଁ ଗଣମାଧ୍ୟମ ସାମ୍ନାରେ ପୁଣି ନିଜର ପାଗଳାମି ଦେଖାଇଛନ୍ତି ।’