ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ୨୦୨୪ ନିର୍ବାଚନର ବି ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ମିଶନ ୧୩୦କୁ ନେଇ କାମ କରୁଛି ବିଜେଡି। ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । ସେହିପରି ଶଙ୍ଖ ଭବନ ସମେତ ବିଭିନ୍ନ ସ୍ଥାନରେ ମେଗା ରକ୍ତଦାନ ଶିବିରର ଆୟୋଜନ କରାଯାଉଛି । ବିଜୁ ବାବୁଙ୍କ ଆଦର୍ଶରେ ଗଠନ ହୋଇଥିବା ବିଜେଡି ରାଜ୍ୟ ତଥା ରାଜ୍ୟବାସୀଙ୍କ ବିକାଶର ଆଭିମୁଖ୍ୟ ନେଇ କାମ କରୁଥିବାରୁ ବାରମ୍ବାର ଜନ ଆର୍ଶୀବାଦ ଲାଭ କରିଛି । ୨୬ ବର୍ଷ ଭିତରେ ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ କରି ଆସୁଥିବା ବିଜେଡି ରାଜନୈତିକ କାର୍ଯ୍ୟକ୍ରମ ସହିତ ସାମାଜିକ ଅଙ୍ଗୀକାରବଦ୍ଧତା ପାଇଁ ଅନ୍ୟ ସର୍ବଭାରତୀୟ ଦଳ ଓ ଆଞ୍ଚଳିକ ଦଳମାନଙ୍କ ଭିତରେ ସ୍ବତନ୍ତ୍ର ସ୍ଥାନ ପାଇଛି ।ଏହି ଅବସରରେ ଗଣଦୌଡ଼ ସହ ସାଇକେଲ ରାଲି ପରି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ବର ବିମାନବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏଁ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ। ଯାହା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିଛି । ଆଗାମୀ ଦିନରେ ରାଜ୍ୟବାସୀଙ୍କ ସେବାରେ ନିୟୋଜିତ ହୋଇଥିବା ବିକାଶଧାରାକୁ ବଜାୟ ରଖିବା ପାଇଁ ଏହା ଶକ୍ତି ଯୋଗାଇଛି। ନିର୍ବାଚନ ହେଉ କି ଉପନିର୍ବାଚନ, ସବୁଥିରେ ବିଜେଡିକୁ ମିଳିଛି ଅପୂର୍ବ ସଫଳତା।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
Prev Post
Next Post