ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ୨୦୨୪ ନିର୍ବାଚନର ବି ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ମିଶନ ୧୩୦କୁ ନେଇ କାମ କରୁଛି ବିଜେଡି। ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । ସେହିପରି ଶଙ୍ଖ ଭବନ ସମେତ ବିଭିନ୍ନ ସ୍ଥାନରେ ମେଗା ରକ୍ତଦାନ ଶିବିରର ଆୟୋଜନ କରାଯାଉଛି । ବିଜୁ ବାବୁଙ୍କ ଆଦର୍ଶରେ ଗଠନ ହୋଇଥିବା ବିଜେଡି ରାଜ୍ୟ ତଥା ରାଜ୍ୟବାସୀଙ୍କ ବିକାଶର ଆଭିମୁଖ୍ୟ ନେଇ କାମ କରୁଥିବାରୁ ବାରମ୍ବାର ଜନ ଆର୍ଶୀବାଦ ଲାଭ କରିଛି । ୨୬ ବର୍ଷ ଭିତରେ ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ କରି ଆସୁଥିବା ବିଜେଡି ରାଜନୈତିକ କାର୍ଯ୍ୟକ୍ରମ ସହିତ ସାମାଜିକ ଅଙ୍ଗୀକାରବଦ୍ଧତା ପାଇଁ ଅନ୍ୟ ସର୍ବଭାରତୀୟ ଦଳ ଓ ଆଞ୍ଚଳିକ ଦଳମାନଙ୍କ ଭିତରେ ସ୍ବତନ୍ତ୍ର ସ୍ଥାନ ପାଇଛି ।ଏହି ଅବସରରେ ଗଣଦୌଡ଼ ସହ ସାଇକେଲ ରାଲି ପରି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ବର ବିମାନବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏଁ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ। ଯାହା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିଛି । ଆଗାମୀ ଦିନରେ ରାଜ୍ୟବାସୀଙ୍କ ସେବାରେ ନିୟୋଜିତ ହୋଇଥିବା ବିକାଶଧାରାକୁ ବଜାୟ ରଖିବା ପାଇଁ ଏହା ଶକ୍ତି ଯୋଗାଇଛି। ନିର୍ବାଚନ ହେଉ କି ଉପନିର୍ବାଚନ, ସବୁଥିରେ ବିଜେଡିକୁ ମିଳିଛି ଅପୂର୍ବ ସଫଳତା।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post