ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି

ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା । ଗୃହର ମଧ୍ୟଭାଗରେ ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ ପରେ, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ତେବେ ଗତକାଲି ଅପରାହ୍ଣରେ ଗୃହକାର୍ୟ୍ୟ ସ୍ୱାଭାବିକ ହେବା ପରେ ଆଶା କରାଯାଉଥିଲା ଆଜି ପ୍ରଶ୍ନକାଳ ସ୍ୱାଭାବିକ ହେବ, ହେଲେ ସେମିତି କିଛି ବି ଦେଖିବାକୁ ମିଳିନି । ପୂର୍ବପରି ଆଜି ବି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି । ଯାହାପରେ ବାଚସ୍ପତି ଗୃହକୁ ମୁଲତବି କରିଛନ୍ତି ।ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭ ହେବା ପରଠାରୁ ବିଜେଡି ବିଧାୟକମାନେ ଫ୍ଲୋରର ମଝିକୁ ଆସି ହୋ ହଲ୍ଲା କରିଥିଲେ । ଅନ୍ୟପଟେ କଂଗ୍ରେସ ବିଧାୟକମାନେ ନିଜ ନିଜ ସିଟରେ ଠିଆ ହୋଇ ପ୍ରତିବାଦ କରିଥିଲେ । ଗୋଟିଏ ପଟେ ବିଜେଡି ବିଧାୟକମାନେ ପଞ୍ଚାୟତ ପ୍ରତିନିଧିଙ୍କ ଆର୍ଥିକ କ୍ଷମତା ପ୍ରସଙ୍ଗରେ ଗୃହରେ ହୋହଲ୍ଲା କରୁଥିବାବେଳେ, କଂଗ୍ରେସ ବିଧାୟକମାନେ ବିଜେଡି-ବିଜେପି ଭାଇ ଭାଇ ପ୍ଲାଗକାର୍ଡ ଦେଖାଇ ପ୍ରତିବାଦ କରିଥିଲେ । ଆଉ ଶେଷରେ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।

Leave a comment