ମହିଳା ନିର୍ଯ୍ୟାତନା କ୍ଷେତ୍ରରେ ବିଜେପି ସରକାରଙ୍କ ଶୂନ୍ୟ ସହନଶୀଳତା
ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳା କର୍ମଚାରୀଙ୍କୁ ସିଡିପିଓ ଡାକ୍ତରଖାନା ଛାଡିନଥିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦ୍ରାପଡ଼ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।
ସିଡିପିଓଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ ବର୍ଷାଙ୍କ ପରିବାର ଲୋକେ। ତେବେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ସିଡିପିଓ ସ୍ନେହଲତା ସାହୁ। ସେପଟେ ଏହି ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ତଦନ୍ତ ଦାୟିତ୍ବ ଦିଆଯାଇଛି।