ଆସନ୍ତାମାସରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆସୁଛନ୍ତି
ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପୁଣି ଆସନ୍ତା ୨୮ ବା ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର ସୂଚନା ମିଳିଛି। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜେ ପି ନଡ୍ଡା ଗତ ସେପ୍ଟେମ୍ବର ମାସ ୨୯ ଓ ୩୦ ଦୁଇଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ କରିଥିଲେ। ବିଜେପି ମିସନ ୨୦୨୪ କିଭଳି ସଫଳ ହେବ ସେ ନେଇ କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏବେ ପୁଣି ରାଜ୍ୟ ନେତା ଏବଂ କର୍ମୀମାନଙ୍କୁ ଆଗାମୀ ନିର୍ବାଚନ ପାଇଁ ରଣନୀତି କରିବାକୁ ନଡ୍ଡା ଆସିବା କୁହାଯାଉଛି ।