୩୧୪ଟି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରୁଛି ବିଜେପି

ଭୁବନେଶ୍ୱର : ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ କୈାଣସି ଆନ୍ତରିକତା ନାହିଁ  କହିଛି ବିଜେପି  ।  ଓଡ଼ିଶାରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ରାଜ୍ୟ ସରକାର ଦୁର୍ନୀତିର ଗନ୍ତାଘର କରିଛନ୍ତି । ଏଠି ଭ୍ରଷ୍ଟାଚାର ଓ ଦୁର୍ନୀତିର କେନ୍ଦ୍ର ବିନ୍ଦୁ ପାଲଟିଯାଇଛି ପଂଚାୟତ ବ୍ୟବସ୍ଥା  ।  ରାଜ୍ୟ ସରକାରଙ୍କ ତରଫରୁ ପାଳନ କରାଯାଉଥିବା ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ଭାବେ ବି‌ଜେପି ପାଳନ କରୁଛି ରାଜ୍ୟ ସାରା। ରାଜ୍ୟର ସମସ୍ତ ୩୧୪ଟି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି କାର୍ଯ୍ୟକର୍ତାମାନେ ହାତରେ କଳା ପଟି ବାନ୍ଧି ବିରୋଧ ପ୍ରଦର୍ଶନ କରୁଛନ୍ତି । ଶାସକ ଦଳର ବିଧାୟକ ଓ ନେତାମାନେ ନିଷ୍ପତ୍ତି ନେବା ଅତ୍ୟନ୍ତ ଦୁର୍ଭାଗ୍ୟର ବିଷୟ। ପଞ୍ଚାୟତିରାଜ ବ୍ୟବସ୍ଥାରେ ପ୍ରତ୍ୟେକ ବର୍ଷ ୫ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହେଉଛି। ଏପରିକି ପଞ୍ଚାୟତକୁ ମିନି ସେକ୍ରେଟେରିଏଟ୍ ବୋଲି କହୁଥିବା ରାଜ୍ୟ ସରକାର  ସେହି ମିନି ସେକ୍ରେଟେରିଏଟ୍‌କୁ ଭ୍ରଷ୍ଟାଚାରର ଗନ୍ତାଘରରେ ପରଣତ କରିଥିବା ବିଜେପି ନେତାମାନେ ଅଭିଯୋଗ କରିଛନ୍ତି ।