ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ । ମହିଳା ରୋଗୀଙ୍କ ସ୍ବାମୀ ଓ କିଛି ଯୁବକ, ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିଛନ୍ତି । ଡାକ୍ତର ବିଶ୍ବରଞ୍ଜନ ସ୍ବାଇଁ ମେଡିକାଲ କଲେଜ ହସ୍ପିଟାଲରୁ ଓପିଡି ସାରି ହଷ୍ଟେଲକୁ ଫେରୁଥିବା ବେଳେ ଶାନ୍ତିପଡ଼ାରେ ତାଙ୍କୁ ଆକ୍ରମଣ ହୋଇଥିଲା। କାଚ ବୋତଲ ଓ ଲୁହା ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଫେରାର୍ ହୋଇଯାଇଛନ୍ତି । ଗୁରୁତର ଅବସ୍ଥାରେ ଡାକ୍ତରକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଡାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ମେଡିକାଲରେ ଡାକ୍ତର କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ମୁଖ୍ୟ ଫାଟକ ଆଗରେ ଡାକ୍ତରମାନେ ଆନ୍ଦୋଳନ କରିଛନ୍ତି । ଯାହାକୁ ନେଇ ଡାକ୍ତରଖାନାରେ ରୋଗୀସେବା ବ୍ୟାହତ ହୋଇଛି । ଏହି ଘଟଣାରେ ବଲାଙ୍ଗୀର ଟାଉନ୍ ଥାନା ପୋଲିସ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ମୁଖ୍ୟ ଅଭିଯୁକ୍ତ ଫେରାର୍ ହୋଇଯାଇଥିବା ଜଣାପଡିଛି ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post