ଆଜିଠୁ ବସ୍ ଚଳାଚଳ ବନ୍ଦ
ଆଜିଠୁ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାର ଯେତେଦିନ ପର୍ଯ୍ୟନ୍ତ ‘ଲକ୍ଷ୍ମୀ’ ଯୋଜନାରେ ଘରୋଇ ବସ୍କୁ ସାମିଲ୍ କରିବା ସହ ମୋ ବସ୍କୁ କେବଳ ସହରାଞ୍ଚଳରେ ଚଳାଇବା ନେଇ ଲିଖିତ ପ୍ରତିଶ୍ରୁତି ଦେଇନାହାନ୍ତି ସେତେଦିନ ପର୍ଯ୍ୟନ୍ତ ଏହି ଧର୍ମଘଟ ଜାରି ରହିବ ବୋଲି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ କହିଛି। ପୂଜା ଛୁଟିବେଳେ ହଠାତ୍ ବସ୍ ସେବା ବନ୍ଦ ହେବାକୁ ଥିବାରୁ ସାଂଘାତିକ ପରିସ୍ଥିତି ସୃଷ୍ଟି େହାଇଛି। ବସ୍ରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିବାବେଳେ ଟ୍ରେନ୍ରେ ଏବେ ଟିକେଟ୍ ମିଳୁନି। ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।