ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ସକାଳ ୧୦ଟା ୪୫ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡାରେ ନିର୍ବାଚନୀ ସଭାରେ ଯୋଗଦେବେ । ପରେ ଦିନ ୧୨ଟାରେ ରାହାମ୍ବା ଏବଂ ୧୨ଟା ୫୫ମିନିଟରେ ଜଗତସିଂହପୁରରେ ନିର୍ବାଚନୀ ସଭାରେ ଯୋଗଦେବେ ।
ସେହିପରି ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଭଦ୍ରକ ଗସ୍ତରେ ଯାଇ ଅପରାହ୍ନରେ ବାସୁଦେବପୁର, ତିହିଡିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆଜି ଦିନ ତମାମ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁରର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ମାରାଥନ ନିର୍ବାଚନୀ ପ୍ରଚାର କରିବା ସହ ବିଭିନ୍ନ ଜନସଭାରେ ଏବଂ ରୋଡ ସୋରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post