ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସେ କହିଛନ୍ତି ମୁଁ ନବୀନ ପଟ୍ଟନାୟକ କି ପାଣ୍ଡିଆନଙ୍କ ବିରୋଧରେ କିଛି କହିନାହିଁ । କାହିଁକି ସେମାନଙ୍କର ରାଗ ଜାଣିନାହିଁ । ଜିଲ୍ଲା ବିକାଶ କଥା କହିବାରୁ ମୋତେ ନିଲମ୍ବନ କରିଛନ୍ତି । ବିଜେଡିରୁ ବାହାରି ମୁଁ ଦୁଃଖୀ ନାହିଁ କି ସୁଖୀ ନାହିଁ । ନିଲମ୍ବନ ନ୍ୟାୟ କି ଅନ୍ୟାୟ ମୁଁ ଜାଣିନି । ମୁଁ ଲୋକଙ୍କ ପାଇଁ କାମ କରିବି । ମୁଖ୍ୟମନ୍ତ୍ରୀ ହେଲେ ମୋ ସାନ ଭାଇ । ଜିଲ୍ଲାର ବିକାଶ ପାଇଁ ମୁଁ ତାଙ୍କ ସହିତ କଥା ହେବିନି । ମୁଁ ବିଜେଡିକୁ ଫେରିବା ଆଶା ନାହିଁ ବୋଲି କହିଲେ ସନାତନ ମହାକୁଡ଼ ।ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୧୫ ତାରିଖରେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିଲା । ଦଳ ସଭାପତି ନବୀନ ପଟ୍ଟନାୟକ ସନାତନ ମହାକୁଡ଼ଙ୍କୁ ସସ୍ପେଣ୍ଡ କରିଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ସନାତନ ମହାକୁଡ଼ଙ୍କ ସହ ଅରବିନ୍ଦ ମହାପାତ୍ରଙ୍କୁ ସସ୍ପେଣ୍ଡ କରାଯାଇଥିଲା । ଯାହାକୁ ନେଇ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଥିଲା । ସନାତନ ମହାକୁଡ଼ଙ୍କୁ ଗୋଟିଏ ମଞ୍ଚରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦେଖିବାକୁ ମିଳିଥିଲା । ମୁଖ୍ୟମନ୍ତ୍ରୀଙ୍କ ଜାନୁଆରୀ ୧୩ରେ କେନ୍ଦୁଝର ଗସ୍ତ ସମୟରେ ଏକ ସରକାରୀ କାର୍ଯ୍ୟକ୍ରମରେ ସନାତନ ମହାକୁଡ଼ଙ୍କୁ ଦେଖିବାକୁ ମିଳିଥିଲା । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚମ୍ପୁଆ ବିଧାୟକ ଢେର ପ୍ରଶଂସା କରିଥିଲେ । ବୋଧହୁଏ ସନାଙ୍କ ଏମିତି ଗତିବିଧିକୁ ନେଇ ବିଜେଡି ସୁପ୍ରିମୋ ଅସନ୍ତୋଷ ଥିଲେ । ଏହି କାରଣ ପାଇଁ ତାଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହୋଇ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ