ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ନୂଆବର୍ଷ ଆରମ୍ଭରୁ ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ଅରିନ୍ଦମଙ୍କୁ ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିିଥିବା ବିଜ୍ଞପ୍ତିରୁ ପ୍ରକାଶ।