ଶ୍ରୀମନ୍ଦିରରେ ଛେରାପହଁରା କଲେ ଗଜପତି ମହାରାଜ

ପୁରୀ:  ଗଜପତି ମହାରାଜ ଦିବ୍ୟସିଂହ ଦେବ ହାତରେ ସୁବର୍ଣ୍ଣ ଖଡ଼ିକା ଧରି ଛେରାପହଁରା କରିଛନ୍ତି।  ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ଶେଷ ହୋଇଛି। ଏହାପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ଏଣେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ତିନି ରଥ ପହଞ୍ଚିବା ପରେ ରଥ ଉପରେ ନୀତିକାନ୍ତି ଅନୁଷ୍ଠିତ ହେବ। ପରଦିନ ଶ୍ରୀଜିଉଙ୍କ ଶ୍ରୀଗୁଣ୍ଡିଚା ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ।
 ପହଣ୍ଡି ପରେ ତିନି ରଥରେ ବିଜେ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି। ଆଜି ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ତାପରେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ମାତା ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡିବିଜେ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବେଳେ  ହୁଳହୁଳି, ହରିବୋଲ ଡାକ ସହ ଘଣ୍ଟଘଣ୍ଟା ଧ୍ୱନି ଓ ମର୍ଦ୍ଦଳା, ତୂରୀଭେରୀ ନାଦରେ ସିଂହଦ୍ୱାର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଗହଳି ଲଗେଇ ଆସିଛନ୍ତି ମହାପ୍ରଭୁା ଟାହିଆ ହଲେଇ ଆସିଥିଲେ କାଳିଆ ଗୋସାଇଁ।