ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।